ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି, ଉତ୍ତମ ଥିଲେ ଓଡ଼ିଆ ସିନେ ଜଗତର ଧୃବ ତାରା । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷ କୃତ୍ୟ ସଂପନ୍ନ ପାଇଁ ନିଷ୍ପତ୍ତି ନିଆଯାଇଛି । ବିଶିଷ୍ଟ ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେ ସେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ। ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ର ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି । ଉତ୍ତମ ଙ୍କ ପୁଅ ବାବୁଶାନ୍ ଙ୍କ ସହ ଫୋନ କରି ମଧ୍ୟ ନିଜର ଶୋକ ପ୍ରକାଶ କରିଛନ୍ତି । ଏଥିସହ କ୍ରୀଡା ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ମଧ୍ୟ ନିଜର ଶୋକ ପ୍ରକାଶ କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରି ନିଜର ସାମାଜିକ ଗଣମାଧ୍ୟମ ରେ ଉଲ୍ଲେଖ କରିଛନ୍ତି ।


