ଶ୍ରେୟ ତରଙ୍ଗ, କନ୍ଧମାଳ ( କାହ୍ନା ପଟ୍ଟନାୟକ ):
ବାତ୍ୟା ଅର୍ଣ୍ଣବକୁ ନେଇ ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ବାତ୍ୟା ପ୍ରଭାବରେ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ କଳିଙ୍ଗା ଘାଟିରେ ଭୂସ୍ଖଳନ ଓ ଅନ୍ୟାନ୍ୟ ଅଘଟଣକୁ ନେଇ ପ୍ରଶାସନ ସତର୍କ ରହିଛି।

ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୨୩ ଓ ୨୪ ତାରିଖରେ କଳିଙ୍ଗା ଘାଟି ଦେଇ ଯାନବାହନ ଚଳାଚଳ ବନ୍ଦ ରହିବ ବୋଲି କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ସୂଚନା ଦେଇଛନ୍ତି।

କଳିଙ୍ଗା ଠାରେ ଏକ ଚେକ୍ପୋଷ୍ଟ କରାଯାଇ ଏହି ରାସ୍ତା ଦେଇ ଯାଉଥିବା ଗାଡ଼ିଗୁଡ଼ିକୁ ଅଟକାଯିବ। ବାତ୍ୟା ସମୟରେ ଲୋକଙ୍କ ସୁରକ୍ଷାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।



