ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ଏହି ନାମ ମହାରାଷ୍ଟ୍ର ଭାଜପାର ସୁପରଷ୍ଟାର ନେତା ଦେବେନ୍ଦ୍ର ଫଡନାଭିସଙ୍କ ବ୍ୟତୀତ ଅନ୍ୟ କେହି ନୁହେଁ। ମହାୟୁତି ବୈଠକରେ ଏକନାଥ ସିନ୍ଦେ ଏବଂ ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ଡେପୁଟି ସିଏମ୍ କରିବାକୁ ସହମତି ପ୍ରକାଶ ପାଇଛି । ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ରାଜ୍ୟପାଳଙ୍କୁ ଭେଟି ତାଙ୍କ ସମର୍ଥକ ତଥା ବିଧାୟକଙ୍କ ନାମ ସହିତ ସରକାର ଗଠନ ପାଇଁ ଦାବି କରିବେ । ଡିସେମ୍ବର ୫ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ମହାରାଷ୍ଟ୍ରର ଆଜାଦ ମୈଦାନରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏହି କାର୍ଯ୍ୟକ୍ରମରେ ବହୁ ବରିଷ୍ଠ ବିଜେପି ନେତା ଉପସ୍ଥିତ ରହିବେ ।
Author: sreyataranga
ଘରୁ ବାହାରିଲେ ବିଭିନ୍ନ ନାମୀଦାମୀ କଂପାନୀର ଠିପି ବନ୍ଦ ପାଣି ବୋତଲ ଉପରେ ଆଖି ବନ୍ଦ କରି ଆମେ ଭରସା କରୁଛୁ। ତେବେ ୨୦ ଟଙ୍କାରେ ମିନେରାଲ ୱାଟର ନାଁରେ ବିକ୍ରି ହେଉଥିବା ବୋତଲ ପାଣି କେତେ ଶୁଦ୍ଧ ? ଏହି ପ୍ରଶ୍ନ ଏଥିପାଇଁ ଉଠୁଛି ଯେ, ପାଣି ବୋତଲକୁ ହାଇ ରିସ୍କ ଫୁଡ୍ କ୍ୟାଟେଗୋରିରେ ସାମିଲ କରାଯାଇଛି। ସୂଚନାମୁତାବକ ଭାରତର ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପ୍ୟାକେଜ୍ ପାଣି ଏବଂ ମିନେରାଲ ପାଣିକୁ ବିପଦପୂର୍ଣ୍ଣ ଖାଦ୍ୟ ଶ୍ରେଣୀରେ ତାଲିକାଭୁକ୍ତ କରିଛି। ବର୍ତ୍ତମାନ ଏହାର କଡ଼ା ଯାଞ୍ଚ ଏବଂ ଅଡିଟ୍ କରାଯିବ। ଏହି ଉତ୍ପାଦଗୁଡିକ ଉପରେ ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ (BIS) ପ୍ରମାଣପତ୍ରର ଆବଶ୍ୟକତାକୁ ହଟାଇବା ପାଇଁ ସରକାର ଅକ୍ଟୋବରରେ ନିଷ୍ପତ୍ତି ନେଇଥିଲେ। ସଂଶୋଧିତ ନିର୍ଦ୍ଦେଶାବଳୀ ଅନୁସାରେ, କୌଣସି ବି ସାମଗ୍ରୀର ଲାଇସେନ୍ସ କିମ୍ବା ପଞ୍ଜୀକରଣ ପୂର୍ବରୁ ବାଧ୍ୟତାମୂଳକ ଭାବେ ଯାଞ୍ଚ କରାଯିବ। ଏହାପରେ FSSAI ପକ୍ଷରୁ…
ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀଙ୍କ ଗଜବ ଦଣ୍ଡ । ସିଖ୍ ସମାଜର ‘ସୁପ୍ରିମ ଅଦାଲତ’ ଅକାଳ ତଖତ୍ ସାହେବଙ୍କ ଆଦେଶ । ଧାର୍ମିକ ଅପବିତ୍ରୀକରଣ ମାମଲାରେ ବଢିଛି ଅଡୁଆ । ସିଖ ଗୁରୁଦ୍ୱାରରେ ସେବା କରିବେ, ପ୍ରହରା ଦେବେ । ବାସନ ମାଜିବେ, କିର୍ତ୍ତନ ଶୁଣିବେ । ଆଉ ସେହି ଦଣ୍ଡବିଧାନ ଆଧାରରେ ଆରମ୍ଭ ହୋଇଛି ଡେଡଲାଇନ୍ । ଡିସେମ୍ୱର ୩ରୁ ଗୁରୁଦ୍ୱାର ଯାଇ କରିଛନ୍ତି ସେବା । ସୂଚନାମୁତାବକ ପଞ୍ଜାବରେ ଶିରୋମଣି ଅକାଳୀ ଦଳ ସରକାରରେ ଥିବା ସମୟରେ ଡେରା ମୁଖ୍ୟ ଗୁରମିତ ରାମ ରହିମଙ୍କୁ କ୍ଷମା ଦେବାରେ ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲ ଏକ ବଡ଼ ଭୂମିକା ଗ୍ରହଣ କରିଥିଲେ । ଦୁଇମାସ ପୂର୍ବେ ସୁଖବୀର ସିଂହ ବାଦଲଙ୍କୁ ଅକାଲ ତଖ୍ତଙ୍କ ଦ୍ୱାରା ‘ତନଖୈୟା’ (ଧାର୍ମିକ ଅପବିତ୍ରୀକରଣରେ ଦୋଷୀ) ଘୋଷିତ କରାଯାଇଥିଲା ।କେବଳ ସୁଖବୀର ବାଦଲ ନୁହଁନ୍ତି ୨୦୧୫ ଅକାଳୀ ସରକାରର ଅନ୍ୟ କ୍ୟାବିନେଟ ସଦସ୍ୟଙ୍କୁ ବି ମିଳିଛି ସମାନ…
ଏପଟେ ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି, ଆଉ ସେପଟେ କିଏ ରାଜ୍ୟସଭା ଯିବ, ସେନେଇ ବଡ ବୟାନ ଦେଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଶ୍ୱେଶ୍ୱର କହିଛନ୍ତି ଯେ, ଆଲୋଚନା ତ ଅନେକ ହେବ । ହେଲେ ତାଙ୍କୁ ଲାଗୁଛି ଯେ, ମମତା ମହନ୍ତଙ୍କ ଫର୍ମୁଲାରେ ସୁଜିତ୍ କୁମାରଙ୍କୁ ରାଜ୍ୟସଭା ପଠାଯିବ । ତେବେ ଯେହେତୁ ଏହା ପୂର୍ଣ୍ଣାଙ୍ଗ କାର୍ୟ୍ୟକାଳ ନୁହେଁ, ତେଣୁ ମମତା ମହନ୍ତଙ୍କ ଭଳି ସୁଜିତ୍ କୁମାର ହିଁ ରାଜ୍ୟସଭା ଯିବେ ବୋଲି ତାଙ୍କୁ ଲାଗୁଥିବା କହିଛନ୍ତି ବିଶ୍ୱେଶ୍ୱର ଟୁଡୁ । ତେବେ ପାର୍ଟିର ସଂସଦୀୟ ବୋର୍ଡ ନିଷ୍ପତ୍ତି କିନ୍ତୁ ସର୍ବମାନ୍ୟ ବୋଲି କହିଛନ୍ତି ବିଶ୍ୱେଶ୍ୱର । ସୂଚନାମୁତାବକ ରାଜ୍ୟସଭାରୁ ସାଂସଦ ସୁଜିତ କୁମାରଙ୍କ ଇସ୍ତଫା ପରେ ଉପନିର୍ବାଚନ ହେବ । ମମତା ମହନ୍ତଙ୍କ ପର୍ମୁଲା ରିପିଟ ହୋଇପାରେ ବୋଲି ଆକଳନ କରାଯାଉଛି । ସୁଜିତ କୁମାର…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର । ସାବରମତି ରିପୋର୍ଟ ଫିଲ୍ମ ଦେଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଫିଲ୍ମ ପ୍ରଯୋଜକ ଏକତା କପୁର । ଏହାସହ ସାବରମତୀ ରିପୋର୍ଟ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ଏକତା କପୁର । ସୂଚନା ଅନୁସାରେ ନଭେମ୍ବର ୨୮ରେ ବଲିଉଡ୍ ଫିଲ୍ମ ‘ଦ ସାବରମତୀ ରିପୋର୍ଟ’ଉପରୁ ଆମୋଦ କର ହଟାଇଥିଲେ ରାଜ୍ୟ ସରକାର । ଏନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଥିଲେ । ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର “The Sabarmati Report”, ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ । ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଅଛି । ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାବରମତୀ ରିପୋର୍ଟକୁ ଟ୍ୟାକ୍ସ ଫ୍ରି କରିଛନ୍ତି। ଏହା…
କୋରାପୁଟ, ଜୟପୁର, ନନ୍ଦପୁର ଅଞ୍ଚଳରେ ଗୁଜରାଟ କମ୍ପାନୀ କାମ ନେଇଛି । ସେ କମ୍ପାନୀ କାହା କଥା ମାନୁନାହିଁ , ୩ ବର୍ଷ ହେଲାଣି କାମରେ କୌଣସି ଅଗ୍ରଗତି ହେଉନାହିଁ । ଯେଉଁଥିପାଇଁ ଲୋକମାନେ ପିଇବା ପାଣି ପାଇଁ ହଇରାଣ ହେଉଛନ୍ତି । ଏହାବାଦ୍ ୧୬ଟି ନିର୍ମାଣ କାମ ପୁରା ହୋଇଛି । ଏହାପରେ ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୫ ସୁଦ୍ଧା ୫୬ଟି କାମ ସଂପୂର୍ଣ୍ଣ ହେବ । ବାକି ଡିସେମ୍ବର ୨୦୨୫ ସୁଦ୍ଧା ଆଉ ୫୪ଟି ସଂପୂର୍ଣ୍ଣ ହେବ । ୨୦୨୨-୨୩ ଶେଷ ଭାଗରେ ଆରମ୍ଭ ହୋଇଥିବା ମେଗା ପାଇପ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ୮୧ଟି ୨୦୨୬ ସୁଦ୍ଧା ପୁରା ହୋଇଯିବ । ଯେଉଁ ଚୁକ୍ତି ହୋଇଛି, ତାହା ୫ ବର୍ଷ ରକ୍ଷଣାବେକ୍ଷଣ କରିବେ । ପାଣି ପାଇପ ପାଇଁ ନଷ୍ଟ ହୋଇଥିବା ରାସ୍ତା କାମ ମଧ୍ୟ କରିବେ । ଯେଉଁଠାରେ ଫ୍ଲୋରାଇଡ ପାଣି ବାହାରୁଛି, ସେଠାରେ ଟ୍ୟାଙ୍କର…
ବାଙ୍କୀ- ବୈଦେଶ୍ୱର ଥାନା ଅନ୍ତର୍ଗତ କଳାପଥରରେ ସେକ୍ସ ରାକେଟ ଠାବ ହୋଇଛି । ଗ୍ରାହକ ବେଶରେ ଯାଇ ଧରିଲେ ବୈଦେଶ୍ବର ଥାନା ଅଧିକାରୀ । ୨ ଯୁବତୀଙ୍କ ସହ ୨ ଯୁବକଙ୍କୁ ଧରିଲା ପୋଲିସ । ସେମାନଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି । ତେବେ ପୂର୍ବରୁ ନଭେମ୍ବର ୨୮ରେ ମଧ୍ଯ ଭୁବନେଶ୍ୱର ଖଣ୍ଡଗିରି ଥାନା ମଧୁସୂଦନ ନଗର ଅଞ୍ଚଳରେ ସେକ୍ସ୍ ରାକେଟ ଠାବ ହୋଇଥିଲା । ଏହି ଘଟଣାରେ ୪ ଯୁବତୀଙ୍କୁ ଉଠାଇ ନେଇଥିଲା ଖଣ୍ଡଗିରି ଥାନା ପୋଲିସ । ଖଣ୍ଡଗିରି ଅଞ୍ଚଳର ଏକ ଘରେ ଏହି ସେକ୍ସ କାରବାର ଚାଲିଥିଲା । ଏଥିରେ ନୟାଗଡ଼ର ଜଣେ ରାଣୀ ମହୁମାଛୀଙ୍କ ଜରିଆରେ ଏହି କାରବାର ଚାଲିଥିବା ପୋଲିସ ଜାଣିବାକୁ ପାଇଥିଲା ।
ଗୁଜରାଟର ସୁରଟରେ ଜଣେ ବିଜେପି ନେତ୍ରୀ ଆତ୍ମହତ୍ୟା କରିଛନ୍ତି। ଦୀପିକା ପଟେଲ ସୁରଟର ୱାର୍ଡର ନମ୍ବର ୩୦ରେ ବିଜେପି ମହିଳା ମୋର୍ଚ୍ଚା ପାଇଁ କାମ କରୁଥିଲେ। ଦୀପିକାଙ୍କ ସ୍ୱାମୀ ଜଣେ ଚାଷୀ। ତାଙ୍କର ୩ ଜଣ ଛୋଟ ପିଲା ମଧ୍ୟ ରହିଛନ୍ତି। ପୁଲିସ୍ ଏନେଇ ଏକ ମାମଲା ରୁଜୁ କରିଛି ଓ କେଉଁ ପରିସ୍ଥିତିରେ ଦୀପିକା ଜୀବନ ହାରିଲେ, ତା’ର ଯାଞ୍ଚ ଆରମ୍ଭ କରିଛି।ପୋଲିସ୍ ଅଧିକାରୀ କହିଛନ୍ତି, “ଦୀପିକା ରବିବାର ତାଙ୍କ ଘରେ ଆତ୍ମହତ୍ୟା କରିଥିଲେ। ସ୍ଥାନୀୟ କର୍ପୋରେଟର ଓ ଦୀପିକାଙ୍କ ପରିବାର ଲୋକ ତାଙ୍କୁ ହସ୍ପିଟାଲ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫରେନ୍ସି ଟିମ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରିଥିବା ବେଳେ ଏଯାଏ କୌଣସି ପ୍ରକାରର ସୁଇସାଇଡାଲ ନୋଟ ମିଳି ନାହିଁ। ବର୍ତ୍ତମାନ ତାଙ୍କର କଲ ରେକର୍ଡକୁ ମଧ୍ୟ ଯାଞ୍ଚ କରାଯାଉଛି।ମୃତ୍ୟୁ ପୂର୍ବରୁ ଦୀପିକା କର୍ପୋରେଟର ଚିରାଗଙ୍କୁ ଫୋନ କରିଥିଲେ। ସେ ଅତ୍ୟନ୍ତ…
ଭିମସାରକୁ ୭ ଦିନର ମହଲତ ଦେଲା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ସାତ ଦିନ ଭିତରେ ଫାଇନ ସହ ନିୟମ ମାନିବାକୁ ତାଗିଦ୍ । ନିୟମ ନମାନିଲେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଚରମବାଣି । ପ୍ରଦୂଷଣ ନିୟମର ସାଂଘାତିକ ଉଲଂଘନ ଅଭିଯୋଗ ହେବା ପରେ କେନ୍ଦ୍ରୀୟ ପ୍ରଦୂଷଣ ବୋର୍ଡ ବୁର୍ଲା ଭିମ୍ସାରକୁ ୧୧ ଲକ୍ଷ ଟଙ୍କା ଫାଇନ୍ କରିଥିଲା। ଏହାସତ୍ତ୍ୱେ କୌଣସି ପଦକ୍ଷେପ ନ ନେବାରୁ ରାଜ୍ୟ ପ୍ରଦୂଷଣ ବୋର୍ଡ ଭିମସାର କର୍ତ୍ତୃପକ୍ଷଙ୍କ କଡ଼ା ଭର୍ସନା କରିଛନ୍ତି। ଏ ସମ୍ପର୍କରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଚିଠିସଂଖ୍ୟା ୧୯୭୨୩ ତା ୨/୧୨/୨୦୨୪ ଅନୁସାରେ ଭିମ୍ସାର୍ ମେଡିକାଲ ଅଧ୍ୟକ୍ଷକଙ୍କୁ ଚିଠିଦେଇ ଜଳ ପ୍ରଦୂଷଣ ଅଧିନିୟମ ୧୯୭୪ ଓ ବାୟୁ ପ୍ରଦୂଷଣ ଅଧିନିୟମ ୧୯୮୧କୁ ଉଲଂଘନ କରିଥିବାରୁ ଭିମ୍ସାର କର୍ତ୍ତୃପକ୍ଷଙ୍କ ସମାଲୋଚନା କରିଛନ୍ତି। ଏଥିରେ ଇନସିନେରେଟର ଅପଗ୍ରେଡ ନହେବା, କସନ ଚେମ୍ବର ତାପମାତ୍ରା ଅଧିକ ରହିବା, ଡିସପ୍ଲେ ବୋର୍ଡ ନଦେବା ପରି ଭୁଲକୁ…
